spot_img

କୋଭିଡ ଟିକାକରଣର ଫିଡବ୍ୟାକ ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ଟିକାକରଣର ଫିଡବ୍ୟାକ ନେଇଛନ୍ତି। ସେ ଭିଡିଓ କନଫରେନ୍ସିଂ ଜରିଆରେ ଫିଡବ୍ୟାକ ନେବା ସମୟରେ ବ୍ରହ୍ମପୁର ସିଟି ହସ୍ପିଟାଲର ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି। ଏହାଛଡ଼ା ସେ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସଫେଇ କର୍ମଚାରୀ ଏବଂ କ୍ୟାପିଟାଲ ହସ୍ପିଟାଲର ନର୍ସଙ୍କ ସହ କଥା ହୋଇଛନ୍ତି। ସେ ଏହି ଅବସରରେ କୋଭିଡ ଟିକାକରଣ ଲାଗି ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କର ସହଯୋଗ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,‘ ରାଜ୍ୟରେ କୋଭିଡ ଟିକାକରଣ ଆରମ୍ଭ ହୋଇଛି। ଗତ ୧୦ ମାସ ହେଲା କୋଭିଡ ଯୋଦ୍ଧାମାନେ ସଂଗ୍ରାମ ଜାରି ରଖିଛନ୍ତି। ଆପଣଙ୍କ ତ୍ୟାଗ ଓ ସେବାକୁ ଆମେ ଭୁଲି ପାରିବୁନି । ସମସ୍ତଙ୍କ ସୁସ୍ଥତା କାମନା କରୁଛି ।’ ଭିଡିଓ କନଫରେନ୍ସିଂ ଜରିଆରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ସ୍ବାଗତ ଭାଷଣ ଦେଇଥିଲେ। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଶାସନ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular