ପାଟଣା : ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଗୋଡିପୋଖରୀ ଗ୍ରାମର ଜଙ୍ଗଲ ଭିତରୁ ମିଳିଲା ମୃତଦେହ । ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଗୋଡିପୋଖରୀ ଗ୍ରାମର ଜଙ୍ଗଲ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଗୋଡି ପୋଖରୀ ଗ୍ରାମର ରିଷିକାନ୍ତ ମହାନ୍ତ । ମୃତ୍ୟୁର ପ୍ରକୃତ କାରଣ ଜଣାପଡିନଥିବା ବେଳେ ସକାଳୁ ଘରେ ସ୍ତ୍ରୀଙ୍କ ସହ କଳହ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।



Visitors Today : 1
Total Visitors : 130167
Total Views : 9891612
Visitors Online Now : 0