ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡିଶା ଏବଂ ଆଖପାଖ ଅଞ୍ଚଳରେ ସ୍ଥଳଭାଗରେ ସମୁଦ୍ର ପତନ ଠାରୁ ୦.୯ କିଲୋମିଟର ଉଚ୍ଚରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ପ୍ରବାହ ଏବେ ଦୁର୍ବଳ ହୋଇ ପଡ଼ିଛି। ଫଳରେ ଆଗାମୀ ୨ରୁ ୩ ଦିନ ପର୍ୟ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ରାତିର ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ହ୍ରାସ ପାଇବ । ପାରଦ ଖସିବା ସହ ରାତିରେ ଶୀତ ବଢ଼ିବ ଓ ଭୋର ସମୟରେ ହାଲୁକା କୁହୁଡ଼ି ପଡ଼ିବ। ଆଗାମୀ ୩ ଦିନ ପର୍ୟ୍ୟନ୍ତ ରାଜ୍ୟର ଜିଲ୍ଲାମାନଙ୍କରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ, ଏହି ସମୟ ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଏବଂ ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ, ଢ଼େଙ୍ଗାନାଳ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ଅଧିକ ରହିଛି। ଏହାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।



Visitors Today : 1
Total Visitors : 130424
Total Views : 9891955
Visitors Online Now : 0