ଭଦ୍ରକ: ଜିଲ୍ଲାପାଳ ଜ୍ଞାନ ଦାସଙ୍କ ନିର୍ଦେଶକ୍ରମେ ଓ ଜିଲ୍ଲା ଅବକାରୀ ଅଧିକ୍ଷକ ଗୌତମ ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡ଼ ଓ କ୍ଷିତିଶ ଦାସ ଏବଂ ଭ୍ରାମ୍ୟମାଣ ଭାରପ୍ରାପ୍ତ ଅଧିକାରୀ ବ୍ରଜମୋହନ ମଲ୍ଲିକଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଆଗରପଡା ବଜ଼ାର ନିକଟରେ ଥିବା ଏକ ଦୋକାନ ଘରେ ଚଢ଼ାଉ କରାଯାଇ ୪୫୦ ଲିଟର ଦେଶୀ ରନ୍ଧା ମଦ ଓ ଗୋଟିଏ ମୋଟର ସାଇକେଲ ଜବତ କରିବା ସହିତ ୦୩ ଜଣଙ୍କୁ ଗିରଫ କରାଯାଇଛି । ସେହିପରି ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ମଞ୍ଜୁରୀରୋଡ଼ ବଜ଼ାର ଓ ନାଆମୀ କଲେଜ ଛକ ଅଂଚଳରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଦୁଇଗୋଟି ମୋଟର ସାଇକେଲରୁ ୧୦୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ୨ ଜଣଙ୍କୁ ଗିରଫ କରାଯାଇଛି। ଅବକାରୀ ବିଭାଗ ପକ୍ଷରୁ ହୋଇଥିବା ଏହି ଚଢାଉରେ ସମୁଦାୟ ୫୫୦ ଲିଟର ଦେଶୀ ମଦ ଓ ୩ ଗୋଟି ମୋଟର ସାଇକେଲ ଜବତ ହେବା ସହିତ ମୋଟ ୫ ଜଣଙ୍କୁ ଗିରଫ କରାଯାଇଛି। ଜବତ ମଦ ଓ ଗାଡିର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0