spot_img

ଦିନକରେ ୩୦ ଜିଲ୍ଲ ଛୁଇଁଲା କରୋନା

ଭୁବନେଶ୍ୱର: ଆଜି ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ରାଜ୍ୟରେ ୧୩୭୬ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୯୧୭ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୪୫୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ୩୮୯ରେ ପହଞ୍ଚି ଯାଇଛି । ସେମାନଙ୍କ ମଧ୍ୟରୁ ୯୨୮୭ ଜଣ ସକ୍ରିୟ ସଂକ୍ରାମକ ରହିଥିବା ବେଳେ ୧୫ହଜାର ୯୨୮ସୁସ୍ଥ ହୋଇସାରିଛନ୍ତି । ଗଞ୍ଜାମରେ ସର୍ବଧିକ ୪୮୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ୧୯ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୭୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ୧୫ଜଣ, ଗଜପତି ଜିଲ୍ଲାରୁ ୭୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୭ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୩୦ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୯୧ଜଣ, ରାୟଗଡ଼ା ଜିଲ୍ଲାରୁ ୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular