ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସେବକ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ କୋଭିଡ ଟିକା ପ୍ରଦାନ କରାଯିବା ନେଇ ଅନୁରୋଧ କରାଯାଇଛି । ଏସମ୍ପର୍କରେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଏପରିକି ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ମାଧ୍ୟମରେ ପ୍ରସ୍ତାବ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ସୂଚନା ଅନୁଯାୟୀ, କୋଭିଡ ନେଗେଟିଭ ପ୍ରମାଣ ବିନା ଏବେ ଭକ୍ତମାନଙ୍କୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳିଛି । ଏଥିପାଇଁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିବେ। ଭକ୍ତଙ୍କ ସମ୍ପର୍କରେ ଆସୁଥିବା ମହାପ୍ରଭୁଙ୍କ ସେବକମାନେ କରୋନାର ଶିକାର ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ନୀତିକାନ୍ତି ପ୍ରଭାବିତ ବି ହୋଇପାରେ। ଯେଉଁଥିପାଇଁ ସେବକ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ କୋଭିଡ ଟିକା ପ୍ରଦାନ କରାଯାଉ ବୋଲି ସରକାରଙ୍କୁ ନିବେଦନ କରାଯାଇଛି ।



Visitors Today : 1
Total Visitors : 130436
Total Views : 9891967
Visitors Online Now : 0