ଭୁବନେଶ୍ୱର: ମ୍ୟାଟ୍ରିକ ପରୀକ୍ଷା ଦେବାକୁ ଏବର୍ଷ ଛାତ୍ରଛାତ୍ରୀଙ୍କୁ ଅନ୍ୟ ସ୍କୁଲକୁ ଯିବାକୁ ପଡ଼ିବନି। ସେମାନେ ନିଜ ସ୍କୁଲରେ ହିଁ ଦେବେ ପରୀକ୍ଷା। ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯାଇ ନଥିଲେ ମଧ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏଭଳି ସୂଚନା ଦିଆଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଏଥର ମ୍ୟାଟ୍ରିକ ପରୀକ୍ଷାର ଅବଧି ମଧ୍ୟ ହ୍ରାସ କରି ଦିଆଯାଇଛି। ଛାତ୍ରଛାତ୍ରୀମାନଙ୍କୁ ଅଢ଼େଇ ଘଣ୍ଟା ବଦଳରେ ୨ ଘଣ୍ଟା ଦିଆଯିବ। ସେହିପରି ଛାତ୍ରଛାତ୍ରୀମାନେ ନିଜ ସ୍କୁଲରେ ପରୀକ୍ଷା ଦେଲେ ବି ସେହି ସ୍କୁଲର ଶିକ୍ଷକମାନେ ପରୀକ୍ଷା ନିରୀକ୍ଷକ ହୋଇପାରିବେ ନାହିଁ। ଅନ୍ୟ ସ୍କୁଲର ଶିକ୍ଷକମାନେ ପରୀକ୍ଷା ନିରୀକ୍ଷକ ଭାବେ ନିୟୋଜିତ ହେବେ। କରୋନାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀମାନଙ୍କ ସୁବିଧା ପାଇଁ ନିଜ ସ୍କୁଲରେ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି।



Visitors Today : 1
Total Visitors : 130436
Total Views : 9891967
Visitors Online Now : 0