ଭୁବନେଶ୍ୱର: କ୍ରମାଗତ ବଢି ଚାଲିଛି ପେଟ୍ରୋଲ ଓ ଡିଜେଲ ଦର । ଆଜି ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ଦର ୮୬ ଟଙ୍କା ୩୮ ପଇସା ଓ ଡିଜେଲ ୮୨ ଟଙ୍କା ୬୮ରେ ପହଞ୍ଚିଛି । ତେବେ ଚଳିତ ସପ୍ତାହରେ ୪ଥର ବଢିଲାଣି ପେଟ୍ରୋଲ ଓ ଡିଜେଲ ଦର । ତେବେ ଭାଟ ଅନୁସାରେ ରାଜ୍ୟର ଅନ୍ୟ ଜିଲ୍ଲାରେ ଦରରେ ତାରତମ୍ୟ ପରିଲକ୍ଷିତ ହେଉଛି । ରାଜ୍ୟର ମାଲକାନଗିରି ଜିଲ୍ଲାରେ ପେଟ୍ରୋଲ ଦର ସର୍ବାଧିକ ୯୧ ଟଙ୍କା ୪୨ ପଇସା ରହିଛି । ସେହିପରି ଡିଜେଲ ଦର ମାଲକାନଗିରିରେ ରହିଛି ୮୭ ଟଙ୍କା ୫୬ ପଇସା । ସେପଟେ, ଦେଶର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦର ୮୫ ଟଙ୍କା ୭୦ ପଇସା ରହିଥିବାବେଳେ ଡିଜେଲ ଲିଟର ପିଛା ଦର ୭୫ ଟଙ୍କା ୮୮ ପଇସାରେ ପହଞ୍ଚିଛି । ଦେଶର ୪ଟି ମହାନଗର ମଧ୍ୟରୁ ମୁମ୍ବାଇରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ଅଧିକ ରହିଛି । ଏଠାରେ ପେଟ୍ରୋଲ ଦର ୯୨ ଟଙ୍କା ୨୮ ପଇସା ଓ ଡିଜେଲ ୮୨ ଟଙ୍କା ୬୬ ପଇସା ରହିଛି । ତେବେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲର ମୂଲ୍ୟ ଗତ କିଛି ଦିନ ହେଲା ବଢିଚାଲିଛି । ଏହା ଫଳରେ ଭାରତରେ ତେଲଦର ବଢୁଛି ବୋଲି କୁହାଯାଉଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0