ପୁରୀ: ଆଜିଠୁ ପୁରୀକୁ ଆସୁଥିବା ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଶ୍ରୀମନ୍ଦିର ପ୍ରବେଶ ପାଇଁ ସହଜ ହେବ। ଅର୍ଥାତ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ଯିବା ପାଇଁ ଆଉ ଲମ୍ବା ଲାଇନରେ ଛିଡ଼ା ହେବାକୁ ପଡ଼ିବ ନାହିଁ । ଶ୍ରୀମନ୍ଦିର ଆଗରେ ଲାଗିଥିବା ଲମ୍ବା ବାରିକେଡ୍ ହଟାଇଛି ପ୍ରଶାସନ। ଜଗନ୍ନାଥବଲ୍ଲଭଠାରୁ ମରିଚିକୋଟ୍ ଯାଏ ବ୍ୟାରିକେଡ୍ ହଟା ଯାଉଥିବା ନେଇ ସୂଚନା ଦେଇଛନ୍ତି ପୁରୀ ଏସ୍ପି କନଓ୍ବର ବିଶାଲ ସିଂହ । ଦର୍ଶନ ବ୍ୟବସ୍ଥାକୁ ଅଧିକ ସହଜ କରିବା ପାଇଁ ଏହି ଲମ୍ବା ବ୍ୟାରିକେଡ୍ ଖୋଲାଯାଇଛି । ଦର୍ଶନ ବେଳେ ଏହି ବାରିକେଡ୍ ବ୍ୟବସ୍ଥା ସମସ୍ୟା ସୃଷ୍ଟି କରୁଥିବା ପ୍ରଶାସନ ନଜରକୁ ଆସିଥିଲା ।
ଅନ୍ୟପଟେ ଗତକାଲି ରବିବାରରେ ମନ୍ଦିର ବନ୍ଦ ରଖାଯାଇ ସାନିଟାଇଜ୍ କରାଯାଇଛି। ଗତ ୨୧ ତାରିଖରୁ ଶ୍ରୀମନ୍ଦିର ପ୍ରବେଶ ପାଇଁ କୋଭିଡ୍ ନେଗେଟିଭ୍ ରିପୋର୍ଟ ଆବଶ୍ୟକତା ନଥିବାରୁ ଅଧିକ ସଂଖ୍ୟକ ଭକ୍ତ ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି । ଜାନୁଆରୀ ୨୧ ତାରିଖରୁ ଲୋକେ ବିନା କୋଭିଡ୍ ରିପୋର୍ଟରେ ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି। ପ୍ରତ୍ୟେକ ଦିନ ହଜାର ହଜାର ଭକ୍ତ ପ୍ରୋଟୋକଲ୍ ମାନି ମାର୍କେଟ୍ ଛକରୁ ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ଯାଉଛନ୍ତି। ଦର୍ଶନ ପରେ ସେମାନେ ଉତ୍ତର ଦ୍ୱାର ଦେଇ ବାହାରୁଛନ୍ତି।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0