ଭୁବନେଶ୍ୱର: ଘୋଷଣା ହେଲା ପୁଲିସ ପଦକ। ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୁଲିସ ପଦକ ଘୋଷଣା ହୋଇଛି । ବିଭିନ୍ନ ବର୍ଗରୁ ଚଳିତବର୍ଷ ଓଡ଼ିଶାରୁ ମୋଟ ୧୩ ଜଣଙ୍କୁ ମିଳିବ ମେଡାଲ । ସେଥିମଧ୍ୟରୁ ଓଡ଼ିଶାର ୨ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ ମିଳିବ। ଅନ୍ୟ ୧୧ ଜଣ ପୁଲିସ କର୍ମଚାରୀଙ୍କୁ ଉଲ୍ଲେଖନୀୟ ସେବା ପଦକ ଦିଆଯିବ। ଗୁଇନ୍ଦା ନିର୍ଦ୍ଦେଶକ ରାଧାକୃଷ୍ଣ ଶର୍ମା ଏବଂ BSPA ଡେପୁଟୀ ସୁବେଦାର ବୁଦ୍ଧି ବାହାଦୁର ଥାପାଙ୍କୁ ରାଷ୍ଟ୍ରପତି ପୁଲିସ ପଦକରେ ସମ୍ମାନିତ କରାଯିବ। ସେହିପରି ଆଇନ ଶୃଙ୍ଖଳା ପାଇଁ ଆଇଜି ପ୍ରବୀଣ କୁମାର, ASP ରବୀନ୍ଦ୍ର ଦାସ, ASP ଭବାନୀ ଶଙ୍କର ମିଶ୍ର, ଡେପୁଟୀ କମାଣ୍ଡାଣ୍ଟ ଅଶୋକ ଦେହୁରୀ, ଏସିପି ପ୍ରକାଶ ପାଲ, ASI ମନୋରଂଜନ ଶତପଥୀ, ହାବିଲଦାର ସରୋଜ ଭୋଇ, ହାବିଲଦାର ସେକ ନାଶିରୁଦ୍ଦିନ, କନଷ୍ଟେବଲ ଗୌତମ ପାତ୍ର ପ୍ରମୁଖ ପୁଲିସ ପଦକ ପାଇବେ।



Visitors Today : 0
Total Visitors : 130422
Total Views : 9891952
Visitors Online Now : 0