ଭୁବନେଶ୍ବର: ଆଜି ୭୨ତମ ସାଧାରଣ ଦିବସ ଉପଲକ୍ଷେ ଆମ ରାଜ୍ୟର ବିଭିନ୍ନ ସ୍ଥାନରେ ସାଧାରଣତନ୍ତ୍ର ଦିବସ ପାଳନ ହୋଇ ଯାଇଛି। ଭୁବନେଶ୍ବରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜ୍ୟପାଳ ଗଣେଶୀ ଲାଲ ପତାକା ଉତ୍ତୋଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମାରୋହରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି। ତେବେ କୋଭିଡ କଟକଣା ଭିତରେ ପରେଡ ଆୟୋଜିତ ହୋଇଥିବାରୁ ପ୍ରତିବର୍ଷ ପରେଡ ଦେଖିବା ପାଇଁ ଆସୁଥିବା ସାଧାରଣ ଲୋକଙ୍କୁ ଏଥର ବାରଣ କରାଯାଇଛି । ଏପରିକି ଗଣମାଧ୍ୟମ ପ୍ରତିନିଧିଙ୍କୁ ମଧ୍ୟ ଦୂରରେ ରଖାଯାଇଛି। ସାଧାରଣତନ୍ତ୍ର ଦିବସ ପାଇଁ ଆୟୋଜିତ ପରେଡ୍ରେ ୧୪ଟି ଟ୍ରୁପ ଭାଗ ନେଇଥିବା ବେଳେ ପରେଡର ନେତୃତ୍ବ ନେଇଛନ୍ତି କେସିଙ୍ଗା ଏସଡିପିଓ ଏସ ସୁଶ୍ରୀ।ପରେଡ ପାଇଁ କମିସନରେଟ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପରେଡ ସ୍ଥଳରେ ୨୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ପରେଡ଼ ସ୍ଥଳରେ ଚାରିପଟ ଓ ଆଖପାଖ ଅଂଚଳ ସିସିଟିଭି ନିୟନ୍ତ୍ରଣରେ ରହିଛି । ସେହିପରି ଟ୍ରାଫିକ ପକ୍ଷରୁ ଯାନବାହାନ ଚଳାଚଳ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପରେଡ ସମୟରେ ପରେଡ ସ୍ଥଳକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ କରି ଦିଆଯାଇଥିଲା ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0