ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ସାତ ମାସ ପରେ ଶହେ ତଳକୁ ଆସିଛି ଦୈନିକି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୫୨୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ୍ ପୁଲ୍ରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୫୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୮୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୧୨୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୫୮୮୬୦୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0