ବୌଦ୍ଧ: ବୌଦ୍ଧ ଜିଲ୍ଲାର ୫୭ ନମ୍ବର ଜାତୀୟ ରାଜପଥ ମସିଣାପଡା ମେହେରୁଣୀ ନାଲ ନିକଟରେ ଡ଼ଲଫିନ ନାମକ ଏକ ଘରୋଇ ବସ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଏହି ବସରେ ୩୫ ଜଣ ଯାତ୍ରୀ ଯାତ୍ରା କରୁଥିଲେ। ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ମୁତାବକ, କଟକରୁ ରାୟପୁର ଅଭିମୁଖେ ବସଟି ଯିବା ବେଳେ ରାତି ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଡାକ୍ତରଖାନାରେ ଆହତମାନଙ୍କ ଚିକିତ୍ସା କରାଯାଇଛି। ଘଟଣାସ୍ଥଳରେ ମନମୁଣ୍ଡା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0