spot_img

ରାଜ୍ୟରେ ଆଉ ୭୦ କୋଭିଡ୍ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବରରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୮୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୮୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୧୬୬୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୬୬୦୫୬୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular