ଭୁବନେଶ୍ବର: ରାଜ୍ୟରେ ପଲସ ପୋଲିଓ କାର୍ୟ୍ୟକ୍ରମ ପାଇଁ ଆଜିଠୁ ୩ ଦିନ କୋଭିଡ ଟିକାକରଣ ବନ୍ଦ ରହିବ । ଆଜିଠାରୁ ତିନି ଦିନ ଧରି ଅର୍ଥାତ ଫେବ୍ରୁଆରି ୨ତାରିଖ ଯାଏଁ ରାଜ୍ୟରେ କୋଭିଡ ଟିକା ଦିଆଯିବ ନାହିଁ । ତେବେ ୩ତାରିଖଠାରୁ ପୁଣିଥରେ ଟିକାକରଣ ଜାରି ରହିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଚଳିତମାସ ୧୬ତାରିଖଠାରୁ ୩ଦିନ ବ୍ୟାପୀ ପଲସ ପୋଲିଓ କାର୍ୟ୍ୟକ୍ରମ ଧାର୍ୟ୍ୟ ହୋଇଥିଲା। ମାତ୍ର ଦେଶବ୍ୟାପୀ କରୋନା ଟିକାକରଣ ଆରମ୍ଭ ହେବା ପରେ ଏହି କାର୍ୟ୍ୟକ୍ରମକୁ ସ୍ଥଗିତ ରଖାଯାଇଥିଲା। ତେବେ ୫ବର୍ଷରୁ କମ ଶିଶୁଙ୍କୁ ଏହି ପୋଲିଓ ବୁନ୍ଦା ଦିଆଯିବ। ରାଜ୍ୟବ୍ୟାପୀ ୪୧,୩୧,୭୬୩ ଶିଶୁଙ୍କୁ ଏହି ଟିକା ଦିଆଯିବାକୁ ଲକ୍ଷ୍ୟ ଧାର୍ୟ୍ୟ କରାଯାଇଛି।



Visitors Today : 1
Total Visitors : 130434
Total Views : 9891965
Visitors Online Now : 0