spot_img

ରାଜ୍ୟରେ ୩ ତାରିଖ ଯାଏଁ ଜାରି ରହିବ ଶୀତ ଲହରୀ

ଭୁବନେଶ୍ୱର : ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଶୀତର ଲହରୀ ଜାରି ରହିବ। ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ଶୀତ ପ୍ରକୋପ ଅନୁଭୂତ ହେବ । ଏନେଇ  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି ।ଶୀତ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌(ଏସ୍‌ଆର୍‌ସି) ସତର୍କ ସୂଚନା ଜାରି କରିଛନ୍ତି ।

ରାଜ୍ୟର ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ଼, ବରଗଡ଼, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ଶୀତ ପ୍ରବାହ ସମ୍ଭାବନା ଅଧିକ ରହିଛି । ତେଣୁ ଏସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାତି ସମୟରେ ଘରେ ରହିବାକୁ କୁହାଯାଇଛି । ଏ ସମ୍ପର୍କରେ ରାଜ୍ୟର ସମସ୍ତ ଜିଲ୍ଲାପାଳ, ପୌର କମିଶନର୍‌, ଆରଡିସିଙ୍କୁ ସୂଚିତ କରାଯାଇଛି । ରାତି ସମୟରେ ନିରାଶ୍ରୟଙ୍କ ପାଇଁ ରାତ୍ରି ଆଶ୍ରୟସ୍ଥଳୀ, ଆବଶ୍ୟକ ପଡ଼ିଲେ ସ୍କୁଲ୍‌ ବିଲ୍ଡିଂ ଖୋଲିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ଯେ, ରାଜ୍ୟରେ ଆସନ୍ତା ୩ରୁ ୪ଦିନ ପର୍ଯ୍ୟନ୍ତ ଶୀତ ପ୍ରବାହ ଜାରି ରହିବ । ରାଜ୍ୟକୁ ଉତ୍ତର-ପୂର୍ବ ଦିଗରୁ ପବନ ବୋହୁଥିବାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୂତ ହେବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି । ୫ କିମ୍ବା ୬ ତାରିଖରେ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି ସେ ଅନୁମାନ କରିଛନ୍ତି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular