ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଅନ୍ତର୍ଗତ ଗଁପୁର ଛକଠାରେ ଦୁର୍ଘଟଣା । ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛକୁ ଧକ୍କା ଦେଲା କାର୍ । ଦୁର୍ଘଟଣାରେ କାରରେ ଥିବା ୩ ଜଣ ଗୁରୁତର ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଅନ୍ତର୍ଗତ ଗଁପୁର ଛକଠାରେ ମଙ୍ଗଳବାର ସକାଳେ ଏକ କାର୍ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛକୁ ଧକ୍କା ଦେଇଥିଲା । ଫଳରେ କାରରେ ଥିବା ୩ ଜଣ ଗୁରୁତର ହୋଇଛନ୍ତି । ଆଠଗଡରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ବେଳେ ରାସ୍ତା ଖାଲ ହୋଇଥିବାରୁ କାର୍ ଚକ ଖାଲରେ ପଡିଯିବାରୁ ଭାରସାମ୍ୟ ହରାଇ ଗଛରେ ଧକ୍କା ହୋଇଥିଲା । ଖବର ପାଇ ଘଟଣାସ୍ଥଳରେ ଗ୍ରାମବାସୀ ପହଞ୍ଚି କାରରେ ବସିଥିବା ବ୍ୟକ୍ତିକୁ ଉଦ୍ଧାର କରିଥିଲେ । ୧୦୮ ଆମ୍ବୁଲାନ୍ସ ଯୋଗେ ଖୋର୍ଦ୍ଧା ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0