spot_img

ରାଜ୍ୟରେ ୬୦ କୋଭିଡ୍ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୨୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୨୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୨୨୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୭୫୧୪୮୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular