ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୨୮୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ୍ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୨୮୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୪୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୨୩୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୭୭୪୪୭୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 1
Total Visitors : 130784
Total Views : 9900022
Visitors Online Now : 0