spot_img

କୋଟିଆ ନିର୍ବାଚନ ପ୍ରସଙ୍ଗ : କୋଟିଆରେ ନିର୍ବାଚନ ପାଇଁ ଆନ୍ଧ୍ର ସରକାର ଉଦ୍ୟମ

ଭୁବନେଶ୍ୱର: ଓଡ଼ିଶାର କୋଟିଆରେ ନିର୍ବାଚନ ପାଇଁ ଆନ୍ଧ୍ର ସରକାର ଉଦ୍ୟମ କରୁଛନ୍ତି । ଏଥିପାଇଁ ଆନ୍ଧ୍ର ପ୍ରଦେଶର ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ଆନ୍ଧ୍ର ପ୍ରଦେଶ ନିର୍ବାଚନ କମିଶନଙ୍କ ବିଜ୍ଞପ୍ତିକୁ ଓଡ଼ିଶା ସରକାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ଏନେଇ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଛନ୍ତି ରାଜ୍ୟ ସରକାର। ଏଥିପାଇଁ ଶିବଶଙ୍କର ଦାସଙ୍କୁ ଓକିଲ ଭାବେ ନିଯୁକ୍ତି କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୧୩ରେ ୩ଟି ପଞ୍ଚାୟତ ପାଇଁ ଆନ୍ଧ୍ରର ସରପଞ୍ଚ ନିର୍ବାଚନ ହେବ। ଏନେଇ ୪ ତାରିଖରେ ସରପଞ୍ଚ ଓ ୱାର୍ଡମେମ୍ବର ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିବା ଆନ୍ଧ୍ର ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆନ୍ଧ୍ର କୋଟିଆ ଉପରେ ନିଜ ଦାବି ରଖୁଛି । ଆନ୍ଧ୍ର ପକ୍ଷରୁ ପଞ୍ଚାୟତ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବାରେ କୋଟିଆର ୨ ଜଣ ସରପଞ୍ଚ ପଦବୀ ଓ ୮ ଜଣ ୱାର୍ଡମେମ୍ବର ପଦବୀ ପାଇଁ ନାମାଙ୍କନ ପତ୍ର ଭରିଥିବା ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular