ପୁରୀ: କେବଳ ପୁରୀ ଶ୍ରୀମନ୍ଦିର ପାଇଁ ବାଇ-ଲ ପ୍ରତ୍ୟାହାର ହୋଇଛି, ହେଲେ ଲିଙ୍ଗରାଜ ମନ୍ଦିର ପାଇଁ ହୋଇନାହିଁ। ଜାତୀୟ କୀର୍ତ୍ତିରାଜି ପ୍ରାଧିକରଣ-NMAର ପ୍ରସ୍ତାବିତ ଅଧିନିୟମ ଚିଠା ପ୍ରତ୍ୟାହାର ସମ୍ପର୍କରେ ପ୍ରତିକ୍ରିୟା ରଖି ଆଜି ଏହା କହିଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ। ଶ୍ରୀ ପଟେଲ କହିଛନ୍ତି, ଲିଙ୍ଗରାଜ ମନ୍ଦିର ପ୍ରସ୍ତାବିତ ବାଇ-ଲ ସର୍ବସାଧାରଣ ନୋଟିସ କାଏମ ରହିଛି। NMAର ପ୍ରସ୍ତାବିତ ଅଧିନିୟମ ପ୍ରତ୍ୟାହାର ହେବା ପରେ ଆଜି ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଭେଟିଥିଲେ ଶ୍ରୀମନ୍ଦିର ସେବାୟତ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର, ପୁରୀ ବିଧାୟକ ଜୟନ୍ତ ଷଢଙ୍ଗୀଙ୍କ ସମେତ ରାଜ୍ୟ ବିଜେପିର କିଛି ନେତା। ସେମାନେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଥିଲେ। ଅପରପକ୍ଷରେ ଏହି ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଟାଗେର୍ଟ କରିଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର। ପୁରୀରେ NMA ଟିମ ପରିଦର୍ଶନ କରିଥିଲେ। ସେହି ସମୟରେ ରାଜ୍ୟ ସରକାର ଏନଏମଏକୁ ଭମ୍ରିତ କରିଥିଲେ। ଚଳନ୍ତି ପ୍ରତିମା ପୂଜା ପାଉଥିବା ଅଞ୍ଚଳ ମନ୍ୟୁମେଣ୍ଟ ଶ୍ରେଣୀରେ କିପରି ହେଲା ବୋଲି ପ୍ରଶ୍ନ କରିଛନ୍ତି। ଗୋଲକଙ୍କ ଅଭିଯୋଗ ନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନି।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0