ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆରୁ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ଏବେ ପୋଲିସକୁ ମୃତ ମହିଳାଙ୍କ ପରିଚୟ ମିଳିଛି। ମହିଳାଙ୍କ ଡିଜିଟାଲ୍ ଫିଙ୍ଗର ପ୍ରିଣ୍ଟରୁ ପରିଚୟ ମିଳିଛି । ମୃତ ମହିଳା ଭୁବନେଶ୍ୱରର ବୋଲି ଜଣାପଡିଛି ।
ଆଜି ପ୍ରେସମିଟରେ କମିଶନରେଟ୍ ପୋଲିସ ଏନେଇ ଖୁଲାସା କରିବେ ବୋଲି ଜଣାପଡିଛି । ଭୁବନେଶ୍ୱରଠୁ ୪୦-୫୦କିମି ଦୂରରେ ମହିଳାଙ୍କୁ ହତ୍ୟାକରି ଅନ୍ଧାରୁଆ-ଦାସପୁର ରାସ୍ତାରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି । ପରିଚୟ ଲୁଚାଇବା ପାଇଁ ହତ୍ୟାକାରୀ ମୁଣ୍ଡକୁ ଅନ୍ୟତ୍ର ଫିଙ୍ଗିଥିଲା । ସପ୍ତାହ ତଳେ ଅନ୍ଧାରୁଆ-ଦାସପୁର ରାସ୍ତାକଡ଼ ବୁଦାରୁ ମିଳିଥିଲା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ।
ମହିଳାଙ୍କ ପରିଚୟ ପାଇଁ ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ କରିବାକୁ ଡିଜିଟାଇଜେସନ୍ ଦ୍ୱାରା ଫିଙ୍ଗର ପ୍ରିଣ୍ଟ ସଂଗ୍ରହ କରାଯାଇଥିଲା । ସେହିଭଳି ବିଭିନ୍ନ ସ୍ଥାନରେ ପୋଷ୍ଟର ମଧ୍ୟ ଲଗାଇଥିଲା ପୋଲିସ । ସୂଚନାଯୋଗ୍ୟ, ନିକଟରେ ସମ୍ପୃକ୍ତ ମହିଳାଙ୍କ ପରିଚୟ ପାଇବା ଲାଗି ଭୁବନେଶ୍ୱର ଆଖପାଖ ଅଞ୍ଚଳ ଓ ଜିଲ୍ଲାରେ ମଧ୍ୟ ପୋଷ୍ଟର ଲଗାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଥିଲା । ପୋଷ୍ଟରରେ ମହିଳାଙ୍କ ଉଚ୍ଚତା, ବୟସ, ଡ୍ରେସ, ଟାଟୁର ଚିହ୍ନ ରହିଛି । ସେପଟେ ପଡୋଶୀ ରାଜ୍ୟ ବିହାର, ଝାଡ଼ଖଣ୍ଡ ସମେତ ଅନ୍ୟାନ ରାଜ୍ୟକୁ ମଧ୍ୟ ତଥ୍ୟ ପଠାଇଛି ପୋଲିସ ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0