spot_img

ରାଜଧାନୀରେ ଆଉ ୨୧୫ କରୋନା ପଜିଟିଭ୍ ଚିହ୍ନଟ,

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରୁ ଆଉ ୨୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୬୫ଟି ସ୍ଥାନୀୟ କେସ୍ ରହିଥିବା ବେଳେ କ୍ୱାରେଣ୍ଟାଇନରୁ ୧୩୦ଟି କେସ୍ ରହିଛି । ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୩୬୫ରେ ପହଁଚିଛି । ଆଜି ୟୁନିଟ-୯ ବସ୍ତିର ବାୟାବାବା ମଠ ନିକଟ ବସ୍ତିରୁ ସର୍ବାଧିକ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୮ ଜଣ ମହିଳା ଅଛନ୍ତି ଓ ସେମାନଙ୍କର ବୟସ ୨୪ରୁ ୬୪ ବର୍ଷ ମଧ୍ୟରେ ରହିଛି। ସେହିପରି ଏକ ଘରୋଇ ହସ୍ପିଟାଲରୁ ଜଣେ ୩୧ ବର୍ଷୀୟ ମହିଳା କର୍ମଚାରୀଙ୍କ ସମେତ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟ ପକ୍ଷରେ ସାଲିଆ ସାହିରୁ ମଧ୍ୟ ଆଜି ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଇଗିଣିଆରୁ ୧୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ଏମାନେ ସମସ୍ତେ ପୂର୍ବରୁ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ଗତ ମାର୍ଚ୍ଚ ୧୫ ତାରିଖରେ ବିଦେଶ ଫେରନ୍ତା ଜଣେ ଯୁବକ ପ୍ରଥମ କରୋନା ପଜିଟିଭ ଭାବେ ଚିହ୍ନଟ ହୋଇଥିଲେ। ଏ ପର୍ୟ୍ୟନ୍ତ ଭୁବନେଶ୍ୱରରେ ୨୩୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୪୧ ଜଣ ସୁସ୍ଥ ହୋଇଥିବା ବେଳେ ୧୨୦୯ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି। କିନ୍ତୁ ଦୁଃଖର କଥା ହେଲା ଯେ, ୧୩ ଜଣଙ୍କର ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular