spot_img

ଆସନ୍ତାକାଲିଠୁ ବର୍ଷା

ଭୁବନେଶ୍ୱର : ଆସନ୍ତାକାଲିଠୁ ରାଜ୍ୟରେ ରହିଛି ବର୍ଷା ସମ୍ଭାବନା ।  କାଲିଠୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ସମ୍ବଲପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି।

ସେହିପରି ୧୭ ତାରିଖରେ ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର  ବର୍ଷା ହୋଇପାରେ।  ଏ ନେଇ ୧୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ। ୧୭ ତାରିଖରେ ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିର ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular