ଭୁବନେଶ୍ୱର: ଏକାମ୍ର କ୍ଷେତ୍ରର ଅନନ୍ତ ବାସୁଦେବ ଏବଂ ବ୍ରହ୍ମେଶ୍ୱର ମନ୍ଦିର ପାଇଁ ଜାତୀୟ କୀର୍ତ୍ତିରାଜି କର୍ତ୍ତୃପକ୍ଷ (ଏନଏମଏ)ଙ୍କ ଦ୍ବାରା ଜାରି ହୋଇଥିବା ବାଇ ଲ’ ପ୍ରତ୍ୟାହାର ପାଇଁ ଓଡ଼ିଶାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟର ସଚିବ ରାଘବେନ୍ଦ୍ର ସିଂହଙ୍କୁ ଚିଠି ଲେଖିଛନ୍ତି। ‘ପୁରୀର ଶ୍ରୀ ଜଗନ୍ନାଥ ମନ୍ଦିର, ଏକାମ୍ର କ୍ଷେତ୍ରର ଶ୍ରୀ ଅନନ୍ତ ବାସୁଦେବ ଏବଂ ବ୍ରହ୍ମେଶ୍ୱର ମନ୍ଦିର ପାଇଁ ଯେଉଁ ବାଇ ଲ’ ପ୍ରକାଶ କରାଯାଇଛି, ତାକୁ ନେଇ ସେବାୟତ, ଭକ୍ତ ଏବଂ ଜନ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ସାଧାରଣ ଜନତାଙ୍କ ଯାଏଁ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ଶ୍ରୀ ଜଗନ୍ନାଥ ମନ୍ଦିର ସମ୍ବନ୍ଧୀୟ ଐତିହ୍ୟ ବାଇ ଲ’କୁ ପ୍ରତ୍ୟାହାର କରି ନେଇଛି ବୋଲି ମୁଖ୍ୟ ଶାସନ ସଚିବ ଚିଠିରେ ଲେଖିଛନ୍ତି।



Visitors Today : 0
Total Visitors : 130432
Total Views : 9891963
Visitors Online Now : 0