ଭୁବନେଶ୍ବର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୩୯୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜମ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୩୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୩୭୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୦୮୧୩୭୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130432
Total Views : 9891963
Visitors Online Now : 0