ଭୁବନେଶ୍ୱର : ଆଜିଠୁ ଆରମ୍ଭ ହୋଇଛି ବଜେଟ ଅଧିବେଶନ । ତେବେ ଆରମ୍ଭରୁ ହିଁ ହଙ୍ଗାମା କରି କକ୍ଷତ୍ୟାଗ କରିଛନ୍ତି ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣ ଆରମ୍ଭ ହେବା ମାତ୍ରେ ବିଭିନ୍ନ ପ୍ରସଙ୍ଗକୁ ନେଇ କକ୍ଷ ତ୍ୟାଗ କରିଛନ୍ତି ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ।
ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣରୁ ଆଜି ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ହେଲେ ରାଜ୍ୟପାଳଙ୍କ ଅଭିଭାଷଣ ଆରମ୍ଭ ହେବା ମାତ୍ରେ କୋଟିଆ ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିବା ସହ କକ୍ଷତ୍ୟାଗ କରିଥିଲେ । କୋଟିଆ ପ୍ରସଙ୍ଗ ସହ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି, ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ସ୍ଥିତିକୁ ବିରୋଧ କରି କଂଗ୍ରେସ ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ । ଧାନମଣ୍ଡି ଅବ୍ୟବସ୍ଥା, କୋଟିଆ ବିବାଦ ଓ ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ନେଇ ରାଜ୍ୟପାଳଙ୍କ ଅଭିଭାଷଣରେ କିଛି ନଥିବାରୁ ବିଜେପି ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0