ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ପ୍ରଶ୍ନକାଳ ଆରମ୍ଭରୁ ଗୃହ ଅଚଳ । ଚାଷୀ ଓ ମଣ୍ଡି ପ୍ରସଙ୍ଗକୁ ନେଇ ପ୍ରଶକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରାଯାଇଛି । ଆଜି ଅଧିବେଶନର ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀଙ୍କ ହଙ୍ଗାମା ଯୋଗୁଁ ଦିନ ସାଢେ ୧୧ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି । ସାଢେ ୧୧ଟାରେ ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୁଣି ବିରୋଧୀ ଦଳର ସଦସ୍ୟ ହଙ୍ଗାମା କରିବାରୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କରାଯାଇଛି । ପ୍ରଶ୍ନକାଳ ଆରମ୍ଭରୁ ଚାଷୀ ସମସ୍ୟା, ଧାନମଣ୍ଡି ପ୍ରସଙ୍ଗରେ ବିରୋଧୀ ନାରାବାଜି ଦେଇଛନ୍ତି । ବାଚସ୍ପତିଙ୍କ ପୋଡିୟମ ନିକଟକୁ ଯାଇ କଂଗ୍ରେସ, ବିଜେପି ବିଧାୟକ ହୋହାଲ୍ଲା କରିଥିଲେ । ବିଜେପି ବିଧାୟକ ପ୍ଲାକାର୍ଡ ଧରି ବିରୋଧ ପ୍ରଦର୍ଶନ କରିବାରୁ ବାଚସ୍ପତିଙ୍କ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0