ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୫୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୫୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୩୮୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୧୨୩୨୩୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0