spot_img

ଚାଷୀ ନେତାଙ୍କୁ ଭେଟିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଦୀର୍ଘ ୮୭ ଦିନ ହେବ ଦିଲ୍ଲୀ ସୀମାରେ ଚାଲିଥିବା କୃଷକ ଆନ୍ଦୋଳନ ଏବେ ନୂଆ ରୂପ ନେବାକୁ ଯାଉଛି । ଏହି ଆନ୍ଦୋଳନକୁ ଆରମ୍ଭରୁ ସମର୍ଥନ କରୁଥିବା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆସନ୍ତା କାଲି ଚାଷୀ ନେତାମାନଙ୍କ ସହିତ ବୈଠକ କରିବେ ବୋଲି ସୂଚନା ମିଳିଛି । ମିଳିଥିବା ସୂଚନା ମୁତାବକ ଆସନ୍ତାକାଲି ଏନେଇ ଚାଷୀ ନେତା ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ବିଧାନସଭା ପରିସରରେ ଏକ ବୈଠକ କରିବେ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ସମେତ ଦଳର ଅନ୍ୟକିଛି ବରିଷ୍ଠ ନେତା ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି । ବୈଠକରେ କୃଷି ବିଲ୍ ସଂପର୍କରେ ଆଲୋଚନା ହେବା ସହ ଆନ୍ଦୋଳନର ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ ବୋଲି ସୂଚନା ମିଳିଛି । ବୈଠକରେ ଯୋଗ ଦେବାକୁ ଥିବା ବଡ ବଡ ଚାଷୀ ନେତା ମାନେ ବିଧାନସଭା ପରିସରରେ ମଧ୍ୟାହ୍ନ ଭୋଜନ କରିବେ ବୋଲି କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular