ରାଇରଙ୍ଗପୁର : ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ଜାମଦା ଥାନା ଅନ୍ତର୍ଗତ ବଡ଼ କୂଲେଇବିରା ଗ୍ରାମରେ। ସୋମବାର ସକାଳୁ ଘର ପଛ ପଟେ ଥିବା ଏକ ଘଛରେ ଯୁବକଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ପାଇଥିଲେ ଗାଁଲୋକେ । ମୃତକ ସେଇ ଗାଁର ଉଦୟ ମାଝୀ ବୋଲି ଜଣାପଡ଼ିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ପାରିବାରିକ କଳହକୁ କେନ୍ଦ୍ରକରି ଉଦୟ ଆତ୍ମହତ୍ୟା କରିଥିବା ଗାଁ ଲୋକେ ସନ୍ଦେହ କରୁଛନ୍ତି । ପୋଲିସର ତଦନ୍ତ ପରେ ଘଟଣା ସଂପର୍କରେ ସ୍ପଷ୍ଟ ଜଣା ପଡିବ ବୋଲି କୁହାଯାଉଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0