ରାଜ୍ୟରେ କୋଭିଡ୍ ନିୟମାବଳୀ କଡ଼ାକଡ଼ି ଭାବେ ପାଳନ କରିବାକୁ ସରକାର ନିର୍ଦ୍ଦେଶ ଦେଇ ସାରିଲେଣି। ଏପରି ସ୍ଥିତିରେ ସ୍କୁଲ ଖୋଲି ସାରିଥିବା ବେଳେ କରୋନା ଯେପରି ନବ୍ୟାପେ ସେଥିନିମନ୍ତେ କଟକଣା କଡ଼ାକଡ଼ି ଭାବେ ପାଳନ କରିବାକୁ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ସମସ୍ତ ଡିଇଓଙ୍କୁ ଚିଠି ଲେଖିଛନ୍ତି । ଏବେ ସ୍କୁଲ ଗୁଡିକରେ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ପାଠ ପଢା ଚାଲିଥିବାରୁ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ ରହିଛି । ସ୍କୁଲ ଚାଲିଥିବା ସମୟରେ କୋଭିଡ କଟକଣା ପାଳନ କରିବାକୁ ଶିକ୍ଷା ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।



Visitors Today : 0
Total Visitors : 130432
Total Views : 9891963
Visitors Online Now : 0