ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୭୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୩୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୪୧୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୨୦୭୩୦୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130432
Total Views : 9891963
Visitors Online Now : 0