ଭୁବନେଶ୍ୱର: ଗୃହରେ ବିଜେପି ବିଧାୟକଙ୍କ ଆତ୍ମହତ୍ୟା ଧମକ। ମଣ୍ଡିରୁ ଧାନ ଉଠାଇବା ନେଇ ଗୃହରେ ବିଜେପି ସଦସ୍ୟମାନେ ହୋହାଲ୍ଲା କରିଛନ୍ତି। ଧାନ ତୁରନ୍ତ ନ ଉଠାଇଲେ ବିଜେପି ବିଧାୟକ ସୁବାଷ ପାଣିଗ୍ରାହୀ ଗୃହରେ ଆତ୍ମହତ୍ୟା ଧମକ ଦେଇଛନ୍ତି। ଦୀର୍ଘଦିନ ହେବ ମଣ୍ଡିରେ ଧାନ ପଡି ରହିଛି। ଫଳରେ ଚାଷୀମାନେ ହନ୍ତସନ୍ତ ହେଉଛନ୍ତି। ସେହିପରି ଶୂନ୍ୟକାଳରେ ଗୃହରେ ଧାନକିଣା ପ୍ରସଙ୍ଗ ଉଠାଇଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରଶ୍ନ ଉଠାଇଛନ୍ତି। ଧାନ କିଣା ବର୍ତ୍ତମାନ ରାଜ୍ୟରେ ବଡ ସମସ୍ୟା। ପଞ୍ଜିକରଣ ଚାଷୀଙ୍କଠାରୁ ସରକାର କିଣିବାକୁ ବାଧ୍ୟ। । ଚାଷୀମାନଙ୍କୁ ଅଭାବୀ ବିକ୍ରି କରିବାକୁ ସରକାର ବାଧ୍ୟ କରୁଛନ୍ତି।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0