ନୂଆଦିଲ୍ଲୀ: ଦିନକୁ ଦିନ କରୋନା ମହାମାରୀ ତା’ର କାୟା ବିସ୍ତାର କରିଚାଲିଛି । କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଦେଶରେ ଦୈନିକ ସଂକ୍ରମଣ ୧୬ ହଜାର ପାର କରିଛି। ସେହିପରି ୨୪ ଘଣ୍ଟାରେ ପୁଣିଥରେ ୧୦୦ରୁ ଅଧିକ ଲୋକ ଏହି ପ୍ରାଣଘାତୀ ଭାଇରସରେ ପ୍ରାଣ ହରାଇବାରୁ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଛି।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ, ଗତ ୨୪ ଘଣ୍ଟାରେ ଦେଶରେ ମୋଟ ୧୬,୫୭୭ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧,୧୦,୬୩,୪୯୧ରେ ପହଞ୍ଚି ଯାଇଛି। ସେହିପରି ଗତକାଲି ୧୨,୧୭୯ ଜଣ ଲୋକ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଫଳରେ ଦେଶରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧,୦୭,୫୦,୬୮୦ ଛୁଇଁଛି।



Visitors Today : 2
Total Visitors : 130432
Total Views : 9891963
Visitors Online Now : 0