spot_img

ନୟାପଲ୍ଲୀ ଅଞ୍ଚଳରେ ଅଗ୍ନିକାଣ୍ଡ

ଭୁବନେଶ୍ବର: ରାଜଧାନୀର ନୟାପଲ୍ଲୀ ଅଞ୍ଚଳରେ ଅଗ୍ନିକାଣ୍ଡ । ଘରେ ନିଆଁ ଲାଗି ପୋଡିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ । ଖବର ଅନୁଯାୟୀ, ଭୁବନେଶ୍ୱରର ନୟାପଲ୍ଲୀ ଏନ୍୫, ୧୭୩ ଅଞ୍ଚଳରେ ଥିବା ଏକ ନିଆଁ ଲାଗିଯାଇଥିଲା । ଯାହାଫଳରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular