ଭୁବନେଶ୍ୱର : ମାର୍ଚ୍ଚ ମାସ ଗାଇଡ୍ଲାଇନ୍ରେ ଯାତ୍ରା ପାଇଁ କଟକଣା କୋହଳ କଲେ ରାଜ୍ୟ ସରକାର। ଯାତ୍ରା ଓ ଅପେରା ପାଇଁ ସର୍ବାଧିକ ୨୦୦୦ ଦର୍ଶକଙ୍କୁ ନେଇ ଯାତ୍ରା ପରିବେଷଣ କରାଯାଇପାରିବ। ଏଥିପାଇଁ ଜିଲ୍ଲାପାଳ ଓ କମିଶନରଙ୍କ ଅନୁମତି ନେବାକୁ ପଡ଼ିବ। କରୋନାର ସମସ୍ତ ଗାଇଡଲାଇନ ମାନି ଯାତ୍ରା ପରିବେଷଣ କରାଯାଇପାରିବ। ସାମାଜିକ ଦୂରତ୍ୱ, ମାସ୍କ ପରିଧାନ, ଥର୍ମାଲ ସ୍କାନିଂ ବାଧ୍ୟତାମୂଳକ। ସିଟ୍ ମଧ୍ୟରେ ୬ ଫୁଟ ଦୂରତ୍ୱ ରହିବ। ରୋଗାକ୍ରାନ୍ତଙ୍କୁ ଅନୁମତି ମନା। ଇନଫ୍ଲୁଏଞ୍ଜା ଲକ୍ଷଣ ଥିବା ଦର୍ଶକଙ୍କୁ ଯାତ୍ରା ଦେଖିବାକୁ ଅନୁମତି ନାହିଁ। ଅନଲାଇନ ଟିକେଟ ବ୍ୟବସ୍ଥା କରିବାକୁ ଆୟୋଜକଙ୍କୁ ପରାମର୍ଶ ଦିଆଯାଇଛି। ଅଧିକରୁ ଅଧିକ ଟିକେଟ କାଉଣ୍ଟର କରିବାକୁ ଆୟୋଜକଙ୍କୁ ପରାମର୍ଶ ଦିଆଯାଇଛି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0