କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା କୁମ୍ଭାରୁଣୀଠାରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଏକ ବସ୍ ଓଲଟି ପଡ଼ିବାରୁ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଅଛନ୍ତି। ଆଜି ସକାଳୁ ମହାକାଳପଡ଼ା ସୁନିତି ବେଣାକନ୍ଦାରୁ ‘ପ୍ରିନ୍ସ’ ନାମକ ଘରୋଇ ବସ୍ କଟକ ଅଭିମୁଖେ ଆସୁଥିଲା। ବସ୍ରେ ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିଲେ। ସକାଳ ପ୍ରାୟ ସାଢେ ୬ଟା ସମୟରେ ବସ୍ରେ ଏକ ବୁଲାଣିରେ ଭାରସାମ୍ୟ ହରାଇ ବିଲ ମଧ୍ୟକୁ ଓଲଟି ପଡ଼ିଥିଲା। ଫଳରେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିଲେ। ଖବର ପାଇ ପୁଲିସ୍ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି।



Visitors Today : 0
Total Visitors : 130430
Total Views : 9891961
Visitors Online Now : 0