ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୯୨୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ୍ ପୁଲ୍ରୁ ଜଣେ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୦୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୫୨୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୫୩୫୬୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0