ଆଜି ଅପରାହ୍ଣରେ ବିଜେପି ସାଂସଦ ତୀରଥ ସିଂହ ରାଓ୍ଵତ ଉତ୍ତରାଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଗତକାଲି ମୁଖ୍ୟମନ୍ତ୍ରୀ ଥିବା ତ୍ରିଭେନ୍ଦ୍ର ସିଂହ ରାୱତ୍ ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ଦେଇଥିବା ବେଳେ ଆଜି ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ତୀରଥ ସିଂହ ରାଓ୍ଵତ। ଡେରାଡୁନର ରାଜ ଭବନରେ ତୀରଥ ସିଂ ରାୱତଙ୍କୁ ଶପଥ ଗ୍ରହଣ କରାଇଛନ୍ତି ରାଜ୍ୟପାଳ ବେବି ରାନୀ ମୌର୍ୟ୍ୟ। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ତୀରଥ ସିଂ ରାୱତଙ୍କୁ ଟୁଇଟ କରି ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0