ଭୁବନେଶ୍ୱର: ଆଜି ରାଜ୍ୟରେ ପୁଣି ୮ ମୁଣ୍ଡ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ ଆକ୍ରାନ୍ତ ମୃତ୍ୟୁ ବରଣ କରିଥିବା ବେଳେ ଖୋର୍ଦ୍ଧା, ନୟାଗଡ,ଗଜପତି ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧ ହଜାର ୮୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧ ହଜାର ୯୧୮ ଜଣ ସକ୍ରିୟ ଆକ୍ରନ୍ତ ରହିଥିବା ବେଳେ ୧୯ ହଜାର ୭୪୫ ଜଣ ସୁସ୍ଥ ହୋଇଛନ୍ତି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0