spot_img

ଏପ୍ରିଲ ୫ ଯାଏ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ଛୁଟି ବାତିଲ

ଦେଶ ତଥା ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ବିହାର ସରକାରଙ୍କ ବଡ଼ ଷୋଶଣା। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଏପ୍ରିଲ ୫ ତାରିଖରେ ସମସ୍ତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ଛୁଟିକୁ ବାତିଲ କରିଦେଇଛନ୍ତି। ଏହି ନିର୍ଦ୍ଦେଶନାମା ତତ୍କାଳ ଭାବେ ଲାଗୁ ହୋଇଛି। ଏହାର ଅର୍ଥ ଏପ୍ରିଲ ୫ ଯାଏ ସମସ୍ତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ନିଜ ନିଜ ହସ୍ପିଟାଲରେ ଉପସ୍ଥିତ ରହିବେ। ବୁଧବାର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂରେ ଆଲୋଚନା କରିଥିଲେ। ଏହି ସମୟରେ ସେ ସବୁ ରାଜ୍ୟର ସରକାରମାନଙ୍କୁ ଟେଷ୍ଟିଂ ସଂଖ୍ୟା ବୃଦ୍ଧି କରିବାକୁ କହିଥିଲେ। ବୈଠକରେ ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟରେ ଟେଷ୍ଟିଂ ସଂଖ୍ୟା ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଥିଲେ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular