spot_img

ଆତଙ୍କବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ, ୩ ଆତଙ୍କୀ ନିହତ

ଜାମ୍ମୁ-କାଶ୍ମୀର : ସୋପିଆନ ଜିଲାରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ସୂଚନା ମୁତାବକ ଦକ୍ଷିଣ କାଶ୍ମୀରର ମନିହାଲ ଅଞ୍ଚଳରେ ୨ରୁ ୩ ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା । ଏହାପରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସେପଟେ ଏନେଇ ସୁରକ୍ଷାକର୍ମୀ ଖବର ପାଇବା ପରେ ସର୍ଚ୍ଚ ଅପରେସନ ଜୋରଦାର କରିଥିଲା । ଉଭୟ ପକ୍ଷରୁ ଗୁଳିଚାଳନା ବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ରହିଛି । ଏବେ ବି ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ଜାରି ରହିଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular