ଖୋର୍ଦ୍ଧା: ଖୋର୍ଦ୍ଧାର ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ଚିଲିକା ସୋରଣ ଗ୍ରାମର ସାଗର ସାହୁ । ଅପରାହ୍ନରେ ବାଣପୁରରୁ ଏକ କାର୍ୟ୍ୟ ସାରି ସାଗର ନିଜ ବନ୍ଧୁଙ୍କ ସହ ବାଇକ ଯୋଗେ ନିଜ ଗ୍ରାମକୁ ଫେରୁଥିଲେ। ଏହି ସମୟରେ ଧୂଆଁଳ ଛକ ନିକଟରେ ଏକ ଅଜଣା ସ୍କୋର୍ପିଓ ଗାଡି ସାଗରଙ୍କ ବାଇକକୁ ପଛପଟୁ ଧକ୍କା ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତୁ୍ୟ ଘଟିଛି । ପରେ ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଖବର ପାଇ ବାଲୁଗାଁ ପୁଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।



Visitors Today : 0
Total Visitors : 130430
Total Views : 9891961
Visitors Online Now : 0