ଆଜି ବିଶ୍ୱ ଜଳ ଦିବସö ଜାତି ସଂଘର ଅନୁମୋଦନ କ୍ରମେ ପ୍ରତିବର୍ଷ ମାର୍ଚ୍ଚ ୨୨ ତରିଖକୁ ବିଶ୍ବ ଜଳ ଦିବସ ଭାବେ ପାଳନ କରାଯାଇ ଆସୁଛି । ବିଶ୍ବର ସମସ୍ତ ବିକଶିତ ଦେଶରେ ସ୍ୱଚ୍ଛ ଏବଂ ସୁରକ୍ଷିତ ଜଳ ଉପଲବ୍ଧ କରାଇବା ସହ ଜଳ ସଂରକ୍ଷଣର ମହତ୍ତ୍ୱ ତଥା ଆବଶ୍ୟକତା ବିଷୟରେ ଜନ ସଚେତନତା ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟ । ପ୍ରଥମ ଥର ପାଇଁ ୧୯୯୨ ମସିହାରେ ବ୍ରାଜିଲ ସ୍ଥିତ ରିଓ ଡି ଜେନିରୋଠାରେ ମିଳିତ ବିଶ୍ୱ ଜଳ ଦିବସ ପାଳନ କରାଯିବାର ନିଷ୍ପତ୍ତି ନିଆଯାଇଥିଲା । ପରେ ପୁଣି ମିଳିତ ଜାତିସଂଘର ସାଧାରଣ ସଭାରେ ୧୯୯୩ ମସିହାରେ ଏହି ନିଷ୍ପତ୍ତି ଅନୁମୋଦନ ଲାଭ କଲା । ସ୍ୱଚ୍ଛ ତଥା ସୁରକ୍ଷିତ ଜଳର ଆବଶ୍ୟକତା ବିଷୟରେ ଜନ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଏହି ଦିନଟିକୁ ପ୍ରତିବର୍ଷ ଏକ ବାର୍ଷିକ କାର୍ଯ୍ୟକ୍ରମ ଭାବେ ପାଳିବାକୁ ସର୍ବ ସମ୍ମତି କ୍ରମେ ଗୃହିତ ହେଲା । ତେଣୁ ମାନବଜାତିର ଭବିଷ୍ୟତ ପାଇଁ ଜଳ ନଷ୍ଟ କରିବା ଅନୁଚିତ ।ଯେକୌଣସି ରାଷ୍ଟ୍ରର ସମୃଦ୍ଧିପାଇଁ ତାହାର ଜଳ ସମ୍ପଦର ଅବଦାନ ଉଲେଖନୀୟ । କୃଷି, ଶିଳ୍ପ ଓ ଗମନାଗମନ ପାଇଁ ଭୂପୃଷ୍ଣ ଜଳ ସମ୍ପଦର ବହୁଳ ଆବଶ୍ୟକତା ରହିଛି । ସମୃଦ୍ଧିଶାଳୀ ରାଷ୍ଟ୍ର ସେମାନଙ୍କର ଜଳ ସମ୍ପଦର ସଂରକ୍ଷଣ ଓ ସୁପରିଚାଳନା କରି ଆସୁଛନ୍ତି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0