ଏପ୍ରିଲ ୧ରୁ ଦେଶରେ ଆରମ୍ଭ ହେବ ତୃତୀୟ ପର୍ଯ୍ୟାୟ ଟିକାକରଣ। ଏହି ପର୍ଯ୍ୟାୟରେ ୪୫ କିମ୍ବା ତା’ଠାରୁ ଅଧିକ ବର୍ଷ ବୟସ୍କଙ୍କୁ କରୋନା ଟିକା ପ୍ରଦାନ କରାଯିବ। ଆଜି କେନ୍ଦ୍ର କ୍ୟାବିନେଟ ଏହି ନିଷ୍ପତ୍ତି ଉପରେ ମୋହର ମାରିଛି।ଏ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ସୂଚନା ଦେଇ କହିଛନ୍ତି, ଜାନୁଆରୀ ୧୬ରୁ ଦେଶରେ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯାଇଥିଲା। ଏହାପରେ ୬୦ ବର୍ଷ ବୟସରୁ ଅଧିକ ଓ ୪୫ ବର୍ଷରୁ ଅଧିକ ବୟସ୍କ ବହୁବିଧ ରୋଗରେ ଆକ୍ରାନ୍ତ ଲୋକଙ୍କୁ କରୋନା ଟିକାର ଡୋଜ୍ ଦିଆଯାଇଛି। ଏବେ ସୁଦ୍ଧା ଦେଶରେ ୪.୮୫ କୋଟି ଲୋକଙ୍କୁ କରୋନା ଟିକାର ପ୍ରଥମ ଡୋଜ୍ ଦିଆଯାଇଛି। ଦ୍ୱିତୀୟ ଡୋଜ୍ ନେଇଥିବା ଲୋକଙ୍କ ସଂଖ୍ୟା ୮୦ ଲକ୍ଷ ରହିଛି। ଦେଶରେ କରୋନା ସଂକ୍ରମଣ ପୁଣି ଥରେ ବୃଦ୍ଧି ହୋଇଥିବା ବେଳେ ସରକାର ଏଭଳି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0