ବୌଦ୍ଧ : ବୌଦ୍ଧ ଜିଲ୍ଲା ସଦର ଥାନା ଖଜୁରୀପଡ଼ା ନିକଟରେ ୫୭ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଅଛି। ସୂଚନା ଅନୁଯାୟୀ, ‘ତିରୁପତି’ ନାମକ ଏହି ଘରୋଇ ବସ ଗତକାଲି ଭୁବନେଶ୍ୱରରୁ ଭବାନୀପାଟଣା ଯାଉଥିଲା। ଗତକାଲି ରାତି ପ୍ରାୟ ୩ଟାରେ ବସଟି ୫୭ ନମ୍ବର ଜାତୀୟ ରାଜପଥରେ ଖଜୁରୀପଡ଼ା ଅତିକ୍ରମ କରୁଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ ସହ ବସର ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ପୁଲିସ ପହଞ୍ଚି ଆହତମାନଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛି। ବଲାଙ୍ଗିର-ସୋନପୁର ରାସ୍ତାର ବଡ଼ଝିଙ୍କି ନିକଟରେ ମଧ୍ୟ ଆଜି ଭୋରରେ ଏକ ଦୁର୍ଘଟଣା ଘଟିଛି। ଏକ ବୋଲେରୋ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଜଣ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥବାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି ।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0