ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ଆଜି ବିଜେଡି ତା’ର ପ୍ରାର୍ଥୀ ଘୋଷଣା କରିଛି। ସ୍ୱର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ଦଳ ପ୍ରାର୍ଥୀ ଭାବେ ଚୟନକରିଛି। ଗତକାଲି ଏହି ଆସନ ପାଇଁ ବିଜେପି ତା’ର ପ୍ରାର୍ଥୀ ଘୋଷଣା କରିଥିଲା। ଦଳ ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଛି । ଆଜି ନାମାଙ୍କନ ମଧ୍ୟ ଦାଖଲ ହୋଇସାରିଛନ୍ତି । ୨୦୨୦ ଅକ୍ଟୋବର ମାସରେ ପ୍ରଦୀପ ମହାରଥୀଙ୍କ ପରଲୋକ ପରଠାରୁ ପିପିଲି ବିଧାନସଭା ଆସନଖାଲିପଡ଼ିଛି। ସ୍ୱର୍ଗତ ମହାରଥୀଙ୍କ ପତ୍ନୀ ଓ ପୁତ୍ର ଉଭୟ ନିର୍ବାଚନ ଲଢ଼ିବାକୁ ଇଚ୍ଛା ପ୍ରକାଶ କରିଥିଲେ । ହେଲେ ଆଜି ବିଚାର ବିମର୍ଷ କରି ରୁଦ୍ର ପ୍ରତାପକୁ ପ୍ରାର୍ଥୀ ଘୋଷଣା କରାଯାଇଛି । ପ୍ରଥମ ଥର ପାଇଁ ରୁଦ୍ର ନିର୍ବାଚନୀ ମଇଦାନକୁ ଓହ୍ଲାଇଛନ୍ତି ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0