ନୂଆଦିଲ୍ଲୀ: ଦେଶରେ ଭୟ ବଢାଉଛି କରୋନାର ଦ୍ୱିତୀୟ ଲହର ।୨୪ ଘଂଟାରେ ଦେଶରେ କରୋନା ସଂକ୍ରମଣ ୬୨ ହଜାରରୁ ଅଧିକ ରହିବା ପରେ କେନ୍ଦ୍ର ସରକାରଙ୍କ ଚିନ୍ତା ବଢିଯାଇଛି ।ଲଗାତାର ଦ୍ୱିତୀୟ ଦିନ ପାଇଁ ଦେଶରେ ୬୨ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଦେଶରୁ ୬୨ହଜାର ୭୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୩୧୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।୬୨ହଜାର ୭୧୪ଟି ନୂଆ କେସ ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସଂଖ୍ୟା ୧ କୋଟି ୧୯ ଲକ୍ଷ ୭୧ ହଜାର ୬୨୪କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧ କୋଟି ୧୩ ଲକ୍ଷ ୨୩ ହଜାର ୭୬୨ ସୁସ୍ଥ ହୋଇସାରିଛନ୍ତି। ସେହିପରି ଏଯାବତ ଦେଶରେ ୬ କୋଟି ୨ ଲକ୍ଷ ୬୯ ହଜାର ୭୮୨ ଲୋକ ଟିକା ନେଇ ସାରିଲେଣି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0