ଭୁବନେଶ୍ୱର: ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୦୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨ ଜଣ କ୍ବାରେଣ୍ଟାଇନରେ ରହିଥିବା ବେଳେ ୮୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲରୁ ୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩ ଲକ୍ଷ ୪୦ ହଜାର ୪୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧ ହଜାର ୭୩୭ ଜଣ ଆକ୍ଟିଭ କେସ ରହିଥିବା ବେଳେ ୩ ଲକ୍ଷ ୩୬ ହଜାର ୬୯୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0